ରାଜ୍ୟରେ ପ୍ରତିଦିନ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି। ତେବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା। ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା। ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ଜଣାପଡୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି 68 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ 41 ଓ ସ୍ଥାନୀୟ ଅଞ୍ଚଳରୁ 27 ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ 12 ଜଣ 18 ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 86 ହଜାର 694ରେ ପହଞ୍ଚିଛି। ତେବେ ରାଜ୍ୟରେ ସୁସ୍ଥ ସଂଖ୍ୟା 12 ଲକ୍ଷ 76 ହଜାର 675 ରହିଥିବା ବେଳେ 851 ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 4 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।