ଆରମ୍ଭ ହେବ ଲଘୁଚାପ,ଏହି ଦିନ ଠାରୁ ଆରମ୍ଭ ହେବ ଭୀଷଣ ବର୍ଷା:-

ମାଡି ଆସୁଛି ବାତ୍ୟା,ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଭାରତ ମହାସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ି ନ ପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହୋଇପାରେ କି ନାହିଁ ସେ ନେଇ ମଧ୍ୟ ପାଣିପାଗ ବିଭାଗ ଆକଳନ କରିନାହିଁ। ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସୂଚନା ଅନୁୟାୟୀ, ମାର୍ଚ୍ଚ ମାସରେ ସୃଷ୍ଟି ହେଉଥିବା ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିପାରେ ବୋଲି ସେପରି କିଛି ଟ୍ରାକ୍‌ ରେକର୍ଡ ନାହିଁ। ତେବେ ଆଗାମୀ 5 ଦିନ ପର୍ଯ୍ୟନ୍ତ ହୋଇଥିବା ପୂର୍ବାନୁମାନ ଅନୁଯାୟୀ ଏହାର ପ୍ରଭାବ ଓ଼ଡ଼ିଶା ଉପରେ ନାହିଁ ବୋଲି କହିଛି ପାଣିପାଗ ବିଭାଗ।

ଲଘୁଚାପ  ବାତ୍ୟାର ରୂପ ନେବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରି ଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏ ଯାଏ ବାତ୍ୟା ସମ୍ପର୍କରେ କୌଣସି ଆକଳନ କରାଯାଇ ନ ଥିବା ସେ ସୂଚନା ଦେଇଛନ୍ତି।

Leave a Comment