ଚମକିବ କଟକ ଚଣ୍ଡୀ ମନ୍ଦିର , 70 କୋଟି ର ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ

କଟକର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି  ମା କଟକ ଚଣ୍ଡୀ । .ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। କାମ ଏକ ବର୍ଷରେ ଶେଷ ହେବ. 5T initiative ଅଧୀନରେ integrated development of heritage, monuments and tourist destination ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି ।

ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ presentation କରାଯାଇଥିଲା। OBCC ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ।

ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ landscaping ମଧ୍ୟ ବିକାଶ କରାଯିବ ।

OBCC ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି । ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ divert କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ ।

Leave a Comment